Skip to content
Scan a barcode
Scan
Paperback Bijabapana [Oriya] Book

ISBN: 1645604632

ISBN13: 9781645604631

Bijabapana [Oriya]

ମୋର ପ୍ରଥମ କବିତା ସଂକଳନ ବୀଜବପନର ଦ୍ୱିତୀୟ ସଂସ୍କରଣ ତେର ବର୍ଷ ପରେ ବାହାରିବା ବେଳକୁ ଅଦ୍ଭୂତ ଏକ ଭାବାବେଶ ଭିତରେ ମୁଁ ଆଚ୍ଛନ୍ନ ହେଇ ରହିଛି । କବିତା ସ୍ୱୟମ୍ଭୂ, ନିଜେ ନିଜକୁ ମାନୁଷୀ ଆଧାରରେ ଜାତ କରେ ବୋଲି ମୁଁ ବିଶ୍ୱାସ କରି ଆସିଛି । ପ୍ରକୃତି ଯେମିତି ସମସ୍ତଂକର କିଂତୁ କାହା କାହାର ପ୍ରାଣର ଉଦ୍ୱୋଧନ କରେ ସେମିତି କବିଆତ୍ମା ପାଠକ ପ୍ରାଣ ମଧ୍ୟରେ ପ୍ରବେଶ କରି ସଂଚାରିତ ହୁଏ । ବିଶ୍ୱାତ୍ମା ଯେ ସକଳ ପ୍ରାଣରେ ନିବାସ କରଂତି ଭଲ କବିତାର ଆଦର ତାକୁ ଆହୁରି ଥରେ ପ୍ରମାଣିତ କରେ ।ବୀଜବପନ କବିର ନିରୀହ ଉଦାସୀନ ସମୟର ବର୍ଣ୍ଣମାଳା । ଚାରିପାଶର ସବୁକିଛିକୁ ବିସ୍ମିତ ଆଖିରେ ଦେଖୁଥିବା କବିର ବାଲ୍ୟକାଳ । କବିତାର ଅସୀମ ସମ୍ଭାବନା ଓ ସଦର୍ଥକତାକୁ ଦେଖି ପାଠକ ସହ ଭାଗ କରିନେବାର ସମୟ । ସଂଚାରିଣୀ ଦୀପଶିଖାର ଆଲୋକ ପରି ଉଦବୁଦ୍ଧ କବି ଓ ପାଠକ ହାତକୁ ଓ ହୃଦୟକୁ ସଂଚରିଯାଇଛି ମୋର ଅଜ୍ଞାତରେ । ଏଇ ତେରବର୍ଷ ଭିତରେ କେତେ ଯେ ପାଠକ ତାଂକ ଅନୁଭୂତି ଭାଗ କରି ନେଇ ଅକାଳ ଦୀପାବଳି ଭଳି ମୋର ସମୟକୁ ଆଲୋକିତ କରିଛଂତି । ନହେଲେ ଓଡ଼ିଶାଠାରୁ ଦୂରରେ ଥାଇ କବିତାର ଗୋପନ ବଳୟ ଭିତରେ ଆତ୍ମଗୋପନ କରିଥିବା ମତେ କେମିତି ଖୋଜିନେଇଛଂତି ଦୀକ୍ଷିତ ସାହିତ୍ୟ ପାଠକମାନେ । ଓଡ଼ିଆ କବିତାର ସଂକଟ, ପାଠକ ଓ ସତ୍ ଗ୍ରାହକତାର ଅଭାବ ଭଳି ଆଲୋଚନା ଶୁଣୁଥିବା ବେଳେ ବୀଜବପନର ବିପୁଳ ପାଠକୀୟତା ମତେ ଓଡ଼ିଆ କବିତାର ଭବିଷ୍ୟତ ସମ୍ପର୍କରେ ଆଶାବାଦĠ

Recommended

Format: Paperback

Condition: New

$17.72
50 Available
Ships within 2-3 days

Related Subjects

Poetry

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks® and the ThriftBooks® logo are registered trademarks of Thrift Books Global, LLC
GoDaddy Verified and Secured