ସମାଜରେ ସାହିତ୍ୟର ଭୂମିକା ଯେ ଗୁରୁତ୍ୱପୂର୍ଣ୍ଣ ସେଥିରେ ତିଳେମାତ୍ର ଦ୍ୱନ୍ଦ୍ୱର ଅବକାଶ ନାହିଁ । ମୋର ସ୍ୱଳ୍ପ ଅଧ୍ୟୟନରୁ ମୁଁ ଏତିକି ବୁଝିଛି ଯେ ଏକ ସୁସ୍ଥ ଓ ପରିପକ୍ୱ ସମାଜ ଗଠନ କରିବାରେ, ମଣିଷକୁ ସମ୍ବେଦନଶୀଳ କରି ଗଢ଼ି ତୋଳିବାରେ ସାହିତ୍ୟର ଅବଦାନ ଅନନ୍ୟ । ସାହିତ୍ୟର ସାରସ୍ୱତ ସାଧକମାନଙ୍କର ପ୍ରଚେଷ୍ଟା ବଳରେ ବିଶ୍ୱ ଇତିହାସରେ କେତେ କେତେ ବୈପ୍ଳବିକ ସଂସ୍କାର ସମ୍ଭବ ହୋଇପାରିଛି । "ତରବାରୀଠାରୁ କଲମର ବଳ ବେଶୀ' ଏକଥା ବି ସର୍ବସମ୍ମତିରେ ସର୍ବସାଧାରଣରେ ଗ୍ରାହ୍ୟ । ସୁତରାଂ ଜଣେ ଲେଖକଙ୍କର ଦାୟିତ୍ୱ କେବଳ ନିଜର ବ୍ୟକ୍ତିଗତ ଉଦ୍ଦେଶ୍ୟକୁ ଚରିତାର୍ଥ କରିବା ଏବଂ ପାଠକପାଠିକାଙ୍କ ମନୋରଞ୍ଜନ କରିବାରେ ସୀମିତ ରହେ ନାହିଁ, ବରଂ ତାଙ୍କ ସର୍ଜନା ମାଧ୍ୟମରେ ବ୍ୟବସ୍ଥାକୁ ବଦଳାଇବାର ଭରପୁର ପ୍ରୟାସ ଥାଏ ବା ରହିବା ଆବଶ୍ୟକ ।
ନିଜକୁ କବି କିମ୍ବା ଲେଖକ ବୋଲି କହିବାର ଦୁଃସାହସ କେବେ କରିବି ନାହିଁ । ଏ ବହିରେ ଯାହା କିଛି ଲେଖା ସ୍ଥାନ ପାଇଛି ସେଗୁଡ଼ିକୁ କବିତାର ଆଖ୍ୟା ଦିଆଯାଇ ପାରିବ କି ନାହିଁ ତା'ର ବିଚାର ବି ମୁଁ ପାଠକପାଠିକାମାନଙ୍କ ଉପରେ ଛାଡ଼ି ଦେଇଛି । ଏଥିରେ ଥିବା ଲେଖାଗୁଡ଼ିକ ଭିନ୍ନଭିନ୍ନ କଥାବସ୍ତୁ ଉପରେ ଆଧାରିତ । ଏସବୁର ସ୍ରଷ୍ଟା ହିସାବରେ କେବଳ ଏତିକି କହିବି ଯେ ଯେଉଁସବୁ ଭାବନା ମୋ ଛାତି ଭିତରେ ଉଙ୍କି ମାରୁଥିଲେ, ମୋ ନିସଙ୍ଗତାରେ ମୋ ଭିତରେ ଆଲୋଡ଼ନ ସୃଷ୍ଟି କରୁଥିଲେ, ସେସବୁକୁ ସାଦାକାଗ
Related Subjects
Poetry