Skip to content
Scan a barcode
Scan
Paperback Muhurte Moksha [Oriya] Book

ISBN: 1645604756

ISBN13: 9781645604754

Muhurte Moksha [Oriya]

ଭାବ କେତେବେଳେ ଛଳଛଳ ତ ଆଉ କେତେବେଳେ ସ୍ତବ୍ଧ। ତାହା ତରଙ୍ଗାୟିତ ହୋଇ ଉଠେ ତ ଧ୍ଵନି ସୃଷ୍ଟି କରେ । ଶବ୍ଦ ଧ୍ଵନିରେ ଝଙ୍କାର ତୋଳେ । ସେ ଭାବ ଏକ ତନ୍ମୟୀ ଭାବ ।ମନ ପ୍ରାଣକୁ ଚହଲାଇ ଦିଏ ।ଶ୍ରୋତା ଶୁଣେ ତ ହୃଦୟ ଭିତରକୁ ନେଇ ଗୁଣୁଗୁଣୁ ହୁଏ ଏକ ଆତ୍ମୀୟ ଭାବ ସ୍ପନ୍ଦନରେ ।ଏହି ସ୍ପନ୍ଦନ ତିଆରି କରିବାର ସାମର୍ଥ୍ୟ ଯେଉଁ ଭାବରେ ଥାଏ ତାହା ହିଁ ତାହାରି ଐଶ୍ୱର୍ଯ୍ୟ । ତାହା ହିଁ ଛିଡ଼ା ହୋଇ ଯାଏ କବିତାର ରୂପ ଓ ଗୁଣର ଅଧିକାରିଣୀ ହୋଇ । ଆଉ ଭାବ ଯେତେବେଳେ ମନ ପ୍ରାଣ ଭିତରେ ସ୍ତବ୍ଧ ହୋଇ ରହିଥାଏ ତାହା କ'ଣ ଗୋଟିଏ ଗଢିବାର ବା ନୂଆ ଏକ ସ୍ରୋତ ତିଆରି କରିବାର ପରିକଳ୍ପନାରେ ରହିଥାଏ । ଏଥି ପାଇଁ ଶବ୍ଦ ଖୋଜେ ବା ଶବ୍ଦମାନେ ଚଢ଼େଇ ପରି ତା ପାଖକୁ ଉଡ଼ିଉଡ଼ି ଆସନ୍ତି । ସେମାନଙ୍କ ଭାବ ଧ୍ବନି ଆଉ କଣ କି ? ତାହା ତ ଅନ୍ତରାତ୍ମାର ଧ୍ଵନି ଭାବ ସମ୍ପଦ ଓ ଶବ୍ଦ ମିଶି ଗଢନ୍ତି ଯେଉଁ ପ୍ରତିମା, ତାହା ଚଳମାନ ଓ ସବାକ ନୈରାତ୍ମା-ତାହା ବୋଧ ହୁଏ କବିତା

ଏହି ଭାବ ଓ ଅନ୍ତରାତ୍ମାର ଧ୍ଵନି ଯେଉଁଠି ପବିତ୍ର ଓ ଶୁଦ୍ଧ ସେଇଠି ଭୋର୍ ବେଳାର ଆରମ୍ଭ । ଏସବୁ କହିବାର ଅଭିପ୍ରାୟ ହେଉଛି ଯୁବକବି ପ୍ରମୋଦ ମଲ୍ଲିକଙ୍କ କାବ୍ୟ ଯାତ୍ରା ସଂପର୍କରେ କିଛି ସୂଚନା ଦେବା । ଏହି କବି ନବାଗତ ନୁହଁନ୍ତି,ଢେର୍ ଦିନ ହେଲା କବିତା ଲେଖିଲେଣି । ପ୍ରଥମ କବିତା ସଂକଳନ "ମାୟା ମୁହାଣ" ପ୍ରକାଶିତ ହୋଇ କବିତା ପ୍ରେମୀମାନଙ୍କ ଦ୍ଵାରା ଗ୍ରହଣୀୟ ଓ ପ୍ରଶଂସିତ ହୋଇ ସାରିଛି । ଏବେ " ମ

Recommended

Format: Paperback

Condition: New

$16.48
Ships within 2-3 days
Save to List

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks® and the ThriftBooks® logo are registered trademarks of Thrift Books Global, LLC
GoDaddy Verified and Secured