Skip to content
Scan a barcode
Scan
Paperback Pharistan [Oriya] Book

ISBN: 1645607321

ISBN13: 9781645607328

Pharistan [Oriya]

ଉମାକାନ୍ତ ବାବୁ ଖୁବ୍ ବିଳମ୍ବରେ - ପ୍ରାୟ ୧୯୮୬ ମସିହାରେ ସାହିତ୍ୟରେ ମନୋନିବେଶ କଲେ । ଅନେକ କ୍ଷୁଦ୍ରଗଳ୍ପ, ନିବନ୍ଧ, ରମ୍ୟ ରଚନାର ସ୍ରଷ୍ଟା ଉମାକାନ୍ତ ବାବୁ ଜଣେ ସ୍ତମ୍ଭକାର ଭାବେ ବିଭିନ୍ନ ବିଷୟର ଅନୁଶୀଳନ କରି ନାନାଦି ପ୍ରାସଙ୍ଗିକ ଅଥଚ ସର୍ବସାଧାରଣରେ ଅବିଦିତ ତଥ୍ୟ ପରିବେଷଣ କରି ଏକ ବୃହତ୍ ପାଠକ ଗୋଷ୍ଠୀର ଶ୍ରଦ୍ଧାଭାଜନ ହୋଇପାରିଥିଲେ । ତାଙ୍କର କ୍ଷୁଦ୍ର ଗଳ୍ପଗୁଡ଼ିକ ଅନବଦ୍ୟ । ସେଥିରେ ସେ କଥକ ପରି ଚରିତ୍ରମାନଙ୍କୁ ଟିକିଏ ଦୂରରୁ (କିନ୍ତୁ ଏତେ ଦୂରୁ ନୁହେଁ ଯେ ସେମାନେ ଇତର ଲୋକ ବା ଅନାତ୍ମୀୟ ପରି ଦିଶିବେ) ଦେଖି ସେମାନଙ୍କର ନିତିଦିନିଆ ଜୀବନ ଓ ତା'ର ଅନ୍ତରାଳରେ ଥିବା ଜୀବନର ଚିତ୍ର ଉପସ୍ଥାପନ କରନ୍ତି । ଶୈଳୀ କଥକର ଶୈଳୀ ପରି - କାହାଣୀଟିକୁ ବିନା ବାକ୍ୟାଡମ୍ବରରେ ଓ ସଂକ୍ଷେପରେ କହିବା ସେ ଶୈଳୀର ଲକ୍ଷ୍ୟ । ଉମାକାନ୍ତ ବାବୁ ତିନିଟି ଖୁବ୍ ଅସାଧାରଣ ଓ ସାର୍ଥକ ଉପନ୍ୟାସର ରଚୟିତା ମଧ୍ୟ ।

ଓଡ଼ିଆ ବ୍ୟତୀତ ଇଂରାଜୀ, ହିନ୍ଦୀ, ଉର୍ଦ୍ଦୁ ଓ ବଙ୍ଗଳା ଭାଷାରେ ସେ ବିଶେଷ ବ୍ୟୁତ୍ପତ୍ତି ଲାଭ କରିଥିଲେ । ଉର୍ଦ୍ଦୁର ମହାନ୍ କବି ମୀର୍ଜା ଗାଲିବ୍]ଙ୍କର କବିତାର ସେ ଓଡ଼ିଆ ରୂପାନ୍ତର କରିଛନ୍ତି ଏବଂ ଗାଲିବ୍ ତଥା ଅନ୍ୟାନ୍ୟ ସମକାଳୀନ ଉର୍ଦ୍ଦୁ କବିଙ୍କର ଅନନ୍ୟ କବି ପ୍ରତିଭାର ପ୍ରବକ୍ତା ଭାବେ ସେ ୧୯୯୯ ମସିହାରେ ଗାଲିବ୍]ଙ୍କର ଦ୍ୱିତୀୟ ଶତବାର୍ଷିକ ଜୟନ୍ତୀକୁ ଭାରତ ସରକାରଙ୍କ ଦ୍ୱାରା ବିଶେଷ ଭାବେ ନିମନ୍ତ୍

Recommended

Format: Paperback

Condition: New

$16.48
Ships within 2-3 days
Save to List

Customer Reviews

0 rating
Copyright © 2026 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks® and the ThriftBooks® logo are registered trademarks of Thrift Books Global, LLC
GoDaddy Verified and Secured